ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ନବମ ପାଳି। ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସମସ୍ୟା ଓ ଦୁଃଖ ଶୁଣିବା ସହିତ ଏହାର ସମାଧାନ ଓ ପ୍ରତିକାର ପାଇଁ ତତ୍କାଳ ପଦକ୍ଷେପ ନେଇଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଅଭିଯୋଗ ପ୍ରକୋଷ୍ଠରେ ଆଜିଠୁ ଆରମ୍ଭ ହୋଇଛି ଏକ ସ୍ୱତନ୍ତ୍ର ଅଭିଯାନ। ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମରେ ଅସାଧ୍ୟ ଓ ଦୂରାରୋଗ୍ୟରେ ପୀଡ଼ିତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ତୁରନ୍ତ ସହାୟତା ଯୋଗାଇ ଦିଆଯାଉଛି।ଏହି ବ୍ୟବସ୍ଥାରେ ଚିକିତ୍ସା ଖର୍ଚ୍ଚ ପାଇଁ ପୁରୀ ଜିଲ୍ଲାର ନିମାପଡ଼ାରୁ ଆସିଥିବା ପକ୍ଷାଘାତ ଆକ୍ରାନ୍ତ ହେମନ୍ତ ସାହୁଙ୍କୁ ₹୧ ଲକ୍ଷ, ଖୋର୍ଦ୍ଧା ଜିଲ୍ଲା ନିରାକାରପୁରରୁ ଆସିଥିବା ପକ୍ଷାଘାତ ଆକ୍ରାନ୍ତ ବିଚିତ୍ର ପାଇକରାୟଙ୍କୁ ₹୧ ଲକ୍ଷ, ବାଲେଶ୍ୱର ଜିଲ୍ଲା ଭୋଗରାଇରୁ ଆସିଥିବା ବୋନ୍ ମ୍ୟାରୋ କ୍ୟାନସର ପୀଡ଼ିତା ହାଜିରା ବିବିଙ୍କୁ ₹୩ ଲକ୍ଷ ଏବଂ କନ୍ଧମାଳ ଜିଲ୍ଲା ଟିକାବାଲିରୁ ଆସିଥିବା କ୍ୟାନସର ପୀଡ଼ିତା ଇନ୍ଦୁ ବେହେରାଙ୍କୁ ₹୧ ଲକ୍ଷ ସହିତ ଗଜପତି ଜିଲ୍ଲାରୁ ପୁଅର ଚିକିତ୍ସାରେ ସର୍ବସ୍ୱାନ୍ତ ହୋଇଆସିଥିବା ଶ୍ରୀମତୀ ରଶ୍ମିତା ନାୟକଙ୍କୁ ₹୧ ଲକ୍ଷର ସହାୟତା ରାଶି ମୁଖ୍ୟମନ୍ତ୍ରୀ ତୁରନ୍ତ ମଞ୍ଜୁର କରିଛନ୍ତି।
No comments:
Post a Comment